35 C
Bhubaneswar
Sunday, May 9, 2021

ପଶ୍ଚିମବଙ୍ଗ ମୁହାଁଇବ ଲଘୁଚାପ ।

Must read

ଭୁବନେଶ୍ଵର,୨୨/୧୦:ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁ·ପ ଆଜିସକାଳେ “ୱେଲମାର୍କ-ଲୋପ୍ରେସର’ରେପରିଣତ ହୋଇଯାଇଛି । ଆସନ୍ତାକାଲି (ଗୁରୁବାର) ଏହି ଲଘୁଚାପ ଅବପାତରେ ପରିଣତ ହେବା ସହ ପରବର୍ତୀ ୨୪ ଘଣ୍ଟାରେ ଗଭୀର-ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୱେଲମାର୍କ ଲୋ ପ୍ରେସରଟି ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରିବ ।

ପରବର୍ତୀ ସମୟରେ ଏହାଉତ୍ତର- ଉତ୍ତରପୂର୍ବ ଦିଗରେ ଗତି କରିଓଡିଶା ଉପକୂଳ ଦେଇ ଆଗାମୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ-ବଙ୍ଗଲାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ତେବେ, ଲଘୁଚାପ ପ୍ରଭାବରେ ଓଡ଼ିଶାର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି (ବୁଧବାର) ଅପରାହ୍ନରେ ଜାରି ଏକସତର୍କ ସୂଚନାରେ କୁହାଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟାମଧ୍ୟରେ ଅର୍ଥାତ ୨୨ ତାରିଖ ମଧ୍ୟାହ୍ନ ସୁଦ୍ଧାଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଏହି ସମୟ ମଧ୍ୟରେ ପୁରୀ,ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକବାଲେଶ୍ୱର, ରାୟଗଡା, କୋରାପୁଟଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱର୍ଣ୍ଣିଂ ଜାରିକରାଯାଇଛି ।୨୨ ଓ ୨୩ ତାରିଖରେ ଗଞ୍ଜାମ,ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା,ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଏହି ସମୟ ମଧ୍ୟରେଗଜପତି, ଖୋର୍ଧା, କଟକ, ଯାଜପୁର,ମୟୂରଭଞ୍ଜ ଏବଂ ଙ୍କୋନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱର୍ଣ୍ଣିଂ ଜାରି କରାଯାଇଛି । ୨୩ଓ ୨୪ ତାରିଖରେ ବାଲେଶ୍ୱର,ମୟୂରଭଞ୍ଜ, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

- Advertisement -spot_img

More articles

LEAVE A REPLY

Please enter your comment!
Please enter your name here

- Advertisement -spot_img

Latest article