32.1 C
Bhubaneswar
Friday, June 25, 2021

ମନ୍ଦିର ଖୋଲିବା ଆଶା କ୍ଷୀଣ ହୋଇଛି ।

Must read

ଭୁବନେଶ୍ୱର,୭/୧୧:ଭୁବନେଶ୍ୱରରେ ଏବେ ମନ୍ଦିର ଖୋଲିବା ଆଶାକ୍ଷୀଣ । ରାଜଧାନୀରେ ମନ୍ଦିର ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ମନ୍ଦିର ଖୋଲିବ କି ନାହିଁ ସେନେଇ ବିଭିନ୍ନ ଦିଗକୁ ଆଲୋଚନା ଓ ବିଚାର ବିମର୍ଷ ଚାଲିଛି । ବିଶେଷଜ୍ଞ ଓ ଡାକ୍ତରୀଟିମ ଠାରୁ ପରାମର୍ଶ ନିଆଯାଉଛି । ଭୁବନେଶ୍ୱରରେ ଯେହେତୁ ସଂକ୍ରମଣ ହାର ବଢୁଛି,ତେଣୁ ଏବେ ରାଜଧାନୀରେ ମନ୍ଦିର ଖୋଲିବା ଆଶାକ୍ଷୀଣ ବୋଲି କହିଛନ୍ତି ବିଏମସି କମିଶନର ।

ସ୍ଥିତିରସମୀକ୍ଷା ପରେ ଆଗାମୀ ପଦ କ୍ଷେପ ନିଆଯିବ ବୋଲି ସେ କହିଛନ୍ତି । ସେପଟେ ଭୁବନେଶ୍ୱର ରାମମନ୍ଦିର ସମ୍ମୁଖରେ ଓଡ଼ିଶା ସେବାୟତ ସଂଘ ପକ୍ଷରୁ ଘଣ୍ଟବାଡ଼େଇ ଶଙ୍ଖ ଫୁଙ୍କି ଆନ୍ଦୋଳନ। ସାମାଜିକଦ୍ୱରତା ଓ ମାସ୍କ ପିନ୍ଧି ଆନେ୍ଦାଳନରେ ଯୋଗଦେଇଛନ୍ତି ରାଜ୍ୟର ବିଭିନ୍ନ ମନ୍ଦିର ସେବାୟତ ।

ଓଡ଼ିଶାରେ ମନ୍ଦିର ଖୋଲିବା ସହ ସେବାୟତମାନଙ୍କୁ ସହାୟତା ପ୍ରଦାନ କରିବା ଦାବି ରଖିଛନ୍ତି । ପ୍ରଶାସନର ଅବହେଳାକୁ ନେଇ ଓଡ଼ିଶା ମନ୍ଦିର ସେବାୟତ ସଂଘ ତରଫରୁ ୫ ଦଫା ଦାବି ନେଇ ଏହି ଆନ୍ଦୋଳନ କରାଯାଇଛି । ଚଳିତ ଅନଲକ ପର୍ଯ୍ୟାୟରେ ରାଜ୍ୟ ସରକାର ମନ୍ଦିର ଖୋଲିବା ନେଇ ସିଗ୍ନାଲ ଦେଇଥିଲେ ସୁଧା ସ୍ଥାନୀୟ ପ୍ରଶାସନ ଉପରେ ଦାୟିତ୍ୱ ନ୍ୟସ୍ତ କରିଛନ୍ତି । ହେଲେ ଏପର୍ଯ୍ୟନ୍ତମନ୍ଦିର ନଖୋଲିବାରୁ ପ୍ରତିବାଦ କରିଛନ୍ତି ସେବାୟତ ।

- Advertisement -spot_img

More articles

LEAVE A REPLY

Please enter your comment!
Please enter your name here

- Advertisement -spot_img

Latest article