ଭୁବନେଶ୍ୱର ୧୭ା୧୧; ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ।୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତମୃତ୍ୟୁ ସଂଖ୍ୟା ୧୫୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୧୭ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୁବର୍ଣ୍ଣପୁର ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବରଗଡ଼,ଭଦ୍ରକ, ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି ।
ପ୍ରତିଦିନ ନୂଆ ଆକ୍ରାନ୍ତଙ୍କସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୪କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୦୦୫୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୧ଜଣ କ୍ୱାରେଣ୍ଟାଇନ୍ରେ ରହିଥିବା ବେଳେ ୨୭୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ୧୩ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ,ବୌଦ୍ଧି ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୮ଜଣ,ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ୬ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ୭ଝଣ,
ଜଗତସିଂହପୁର ଜିଲ୍ଲାରୁ ୨୭ଜଣ,ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ୨୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ,କେନ୍ଦୁଝର ଜିଲ୍ଲାରୁ ୩୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ୭୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ,ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁର ଭଞ୍ଜଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ାଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୩୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ,ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ୬୨ଜଣ, ଷ୍ଟେଟ ପୁଲ୍ରୁ ୧୭ଜଣ ରହିଛନ୍ତି ।