36 C
Bhubaneswar
Sunday, April 11, 2021

ଜନଜାତି ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଭୁବନେଶ୍ୱର, ୨୭/୨ (ହି.ସ.) : ଭାରତ ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଅନୁସୂଚିତ ଜନଜାତି ବର୍ଗର ପଂଚାୟତିରାଜ ସଂସ୍ଥାନଗୁଡ଼ିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଏକ ସାମର୍ଥ୍ୟ ବିକାଶ କାର୍ଯ୍ୟକ୍ରମର ଶୁଭାର ମ୍ଭ କରାଯାଇଛି । ଗୁରୁବାର ଦିନ ଭୁବନେଶ୍ୱର ଠାରେ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଏହି ଜାତୀୟ ସ୍ତରର କାର୍ଯ୍ୟକ୍ରମକୁ ଶୁଭାର ମ୍ଭ କରିଥିଲେ । ସେ ମଧ୍ୟ “୧୦୦୦ ଜଳଉତ୍ସ କାର୍ଯ୍ୟକ୍ରମ” ଏବଂ ଏକ ଅନଲାଇନ ପୋର୍ଟାଲର ଶୁଭାର ମ୍ଭ କରିଥିଲେ । ଏହା ହେଉଛି ପ୍ରାକୃତିକ ଝର ତଥା ଜଳଉତ୍ସ ଗୁଡ଼ିକର ଜଳୀୟ ଓ ରାସାୟନିକ ଗୁଣ ଦର୍ଶାଉଥିବା ଏକ ଜିଆଇଏସ ଆଧାରିତ ମାନଚିତ୍ରର ଅନଲାଇନ ପୋର୍ଟାଲ । ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରେଣୁକା ସିଂ ସରୁତା ଉପସ୍ଥିତ ଥିଲେ ।

ଏହି ଅବସରରେ ଓଡ଼ିଶାରେ ଜଙ୍ଗଲ ଅଧିକାର ଆଇନ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ଏବଂ ମାନଚିତ୍ର ମଧ୍ୟ ଉନ୍ମୋଚନ କରାଯାଇଥିଲା । ଉଦଘାଟନୀ ଅଧିବେଶନ ପରେ ଏକ ବୈଷୟିକ ଅଧିବେଶନ ଆୟୋଜନ କରାଯାଇଥିଲା ଯେଉଁଥିରେ ଜନଜାତି ବିକାଶ ନମୁନା, ଜନଜାତି ଜମି ହସ୍ତାନ୍ତରଣ, ବନ ଧନ ବିକାଶ କେନ୍ଦ୍ର ଏବଂ ଜନଜାତି ବିକାଶ ନବୋନ୍ମେଷ ସାମିଲ ଥିଲା । କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ଶ୍ରୀ ମୁଣ୍ଡା କହିଥିଲେ ଯେ “୧୦୦୦ ଜଳଉତ୍ସ କାର୍ଯ୍ୟକ୍ରମ”ର ଉଦେ୍ଦଶ୍ୟ ହେଉଛି ଦେଶର ଉପାନ୍ତ ଏବଂ ଅପହଁଚ ଇଲାକାରେ ରହୁଥିବା ଜନଜାତି ସମୁଦାୟର ଲୋକମାନଙ୍କ ନିକଟରେ ସ୍ୱଚ୍ଛ ଜଳ ଯଥେଷ୍ଟ ପରିମାଣରେ ଉପଲବ୍ଧ କରାଇବା । ପ୍ରାକୃତିକ ଜଳ ଉତ୍ସକୁ ଯୋଡ଼ି ଜଳସଂକଟର
ସମାଧାନ କରିବା ଲାଗି ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ଯୋଜନା ମାଧ୍ୟମରେ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ଭିତିଭୂମି ସୁବିଧା, ଚାଷ ଜମିକୁ ଜଳସେଚନ ସୁବିଧା, ଗୋଷ୍ଠୀ ସହଭାଗିତା ଜରିଆରେ ସାମୁଦାୟିକ ସ୍ୱଚ୍ଛତା କାର୍ଯ୍ୟକ୍ରମ, ଜନଜାତି ଲୋକମାନଙ୍କୁ ଜୀବନଜୀବିକା ଉପଲବ୍ଧ କରିବା ଲାଗି ଲକ୍ଷ୍ୟ ରଖାଯାଇଛି । ସେ କହିଥିଲେ ଯେ ଜିଆଇଏସ ଆଧାରିତ ମାନଚିତ୍ରର ଅନଲାଇନ ପୋର୍ଟାଲ ଜରିଆରେ ସମସ୍ତ ତଥ୍ୟ ଅନଲାଇନ ପ୍ଲାଟଫର୍ମରେ ମିଳିପାରିବ । ବର୍ତମାନସୁଦ୍ଧା ୧୭୦ଟି ପ୍ରାକୃତିକ ଜଳଉତ୍ସର ତଥ୍ୟ ସ୍ପ୍ରିଙ୍ଗ ଆଟଲାସରେ ଅପଲୋଡ କରାଯାଇସାରିଲାଣି ।

ଏହି ଯୋଜନା ଅଧୀନରେ ଓଡ଼ିଶାର ତିନୋଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ ଓ ଗଜପତିର ୭୦ଜଣ ଜନଜାତି ଯୁବକଙ୍କୁ ତାଲିମ ଦିଆଯାଇଛି । ଏମାନଙ୍କୁ ସ୍ଥାନୀୟ ଜଳବିଜ୍ଞାନୀ ଭାବେ ପାରମ୍ପରିକ ଓ ବୈଜ୍ଞାନିକ ଜ୍ଞାନ ସହିତ ପ୍ରାକୃତିକ ଜଳଉତ୍ସ ଚିହ୍ନଟ, ମାନଚିତ୍ରଣ ଓ ସେଗୁଡ଼ିକର ପୁନରୁଦ୍ଧାର ଓ ସୁରକ୍ଷା ଲାଗି ପ୍ରଶିକ୍ଷଣ ଦିଆଯାଇଛି । ପଂଚାୟତିରାଜ ପ୍ରତିନିଧିମାନେ ସ୍ଥାନୀୟ ପ୍ରଶାସନ ସ୍ତରରେ ବିକାଶମୂଳକ ଯୋଜନାର କାର୍ଯ୍ୟକାରିତାରେ ସିଧାସଳଖ ସମ୍ପୃକ୍ତ ରହିପାରିଲେ ସମୁଦାୟ ଏବଂ କ୍ଷେତ୍ରୀୟ ସ୍ତରର ବିକାଶ ପ୍ରକ୍ରିୟାରେ ରହିଥିବା ଅଭାବ ଅସୁବିଧା ଦୂର କରାଯାଇପାରିବ ।

ଏହାଦ୍ୱାରା ବିଭିନ୍ନ ବିକାଶ ଏବଂ କଲ୍ୟାଣମୂଳକ ଯୋଜନାର କାର୍ଯ୍ୟକାରିତାରେ ଉନ୍ନତ ପରିଣାମ ମିଳିପାରିବ । ଏହି ଯୋଜନା ଆର ମ୍ଭ କରାଯିବା ପୂର୍ବରୁ ମନ୍ତ୍ରଣାଳୟ ପକ୍ଷରୁ ଗତ କିଛି ମାସ ହେବ ବିଭିନ୍ନ ଅଂଶୀଦାରମାନଙ୍କ ସହିତ ଆଲୋଚନା କରାଯାଇଥିଲା । ଅନୁସୂଚିତ ଜନଜାତି ବର୍ଗର ବିଭିନ୍ନ ପଂଚାୟତିରାଜ ପ୍ରତିନିଧି, ନାଗରିକ ସମାଜ ଏବଂ ଜଙ୍ଗଲ ବିଭାଗ ଅଧିକାରୀଙ୍କ ସମେତ ବିଭିନ୍ନ ଅଂଶୀଦାରମାନଙ୍କ ସହିତ ଆଲୋଚନା କରାଯିବା ପରେ ଏହି ସାମର୍ଥ୍ୟ ବିକାଶ କାର୍ଯ୍ୟକ୍ରମ ପାଇଁ କାର୍ଯ୍ୟଯୋଜନା ପ୍ରସ୍ତୁତ କରାଯାଇଥିଲା । ମିଳିତ ଜାତିସଂଘ ବିକାଶ କାର୍ଯ୍ୟକ୍ରମ ସହ ମିଶି ଏହି ଦକ୍ଷତା ବିକାଶ କାର୍ଯ୍ୟକ୍ରମର ମଡୁ୍ୟଲ ବିକଶିତ କରାଯାଇଛି । ତାଲିମ ଉଦେ୍ଦଶ୍ୟରେ ଏହାକୁ ବିଭିନ୍ନ ସ୍ଥାନୀୟ ଭାଷାରେ ଅନୁବାଦ କରାଯିବ ।

- Advertisement -ଜନଜାତି ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା

More articles

LEAVE A REPLY

Please enter your comment!
Please enter your name here

- Advertisement -ଜନଜାତି ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...