33 C
Bhubaneswar
Tuesday, May 11, 2021

ଟିକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ ।

Must read

ଭୁବନେଶ୍ଵର, ତା,୭/୧ , ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦିସଂପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍ ଶୀଘ୍ର ଶିକ୍ଷାନୁଷ୍ଠନ ଖୋଲିବାକୁ ଯାଉଛି । ତେଣୁ ଆଗାମୀ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି । ଆଜି ରାଜ୍ୟରେ କୋଭିଡ ପରିସ୍ଥିତି ଓ ଟିକାକରଣ ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇଂଲଣ୍ଡ ତଥା ଇଉରୋପରେ କୋଭିଡର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଏବଂ କେତେକ ଦେଶରେ ଲକଡାଉନ୍ମଧ୍ୟ ପୁଣି ଲାଗୁ କରାଗଲାଣି । ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ ଗାଇଡଲାଇନ୍ ପାଳନକରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବରେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ । ଅଧିକାଂଶ ଜିଲ୍ଲା ଗ୍ରୀନ ଜୋନ୍ରେ ରହିଥିବା ବେଳେତୀବ୍ର ସଂକ୍ରମଣ ପର୍ଯ୍ୟାୟ ଆମ ପାର୍ ହୋଇଯାଇଛୁ ।ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ୱାସ୍ଥ୍ୟକର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାମକରୁଥିବା ସମସ୍ତ କୋଭିଡ ଯୋଦ୍ଧା ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ଏବଂ ଖୁବ୍ଶୀଘ୍ର ଏପରିସ୍ଥିତିରୁ ଆମେ ମୁକୁଳି ପାରିବା ବୋଲି ଆଶାବ୍ୟକ୍ତ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ଟିକା ଲୋକଙ୍କ ଭିତରେ ବିପୁଳ ଆଶା ସଂଚାଏକ୍ସସିର କରିଛି ।ଏହି ଟିକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ ହୋଇଛି । ଏହି ଟିକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ । ତେଣୁଟିକା ସଂପର୍କରେ ଲୋକଙ୍କ ଭିତରେ ଥିବାଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।ଟିକାକରଣ ଚଳିତ ବର୍ଷର ସବୁଠାରୁବଡ କାର୍ଯ୍ୟକ୍ରମ ହେବ । ତେଣୁ ଏହାକୁ ସୂଚାରୁରୂପେ ସଂପାଦନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଥିଲେ । ସେହିପରି ଜୀବନଜୀବିକା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ତଥାପି ଆର୍ଥିକ ଦୁର୍ବଳଶ୍ରେଣୀ ରଲୋକଙ୍କ ଜୀବିକା ସୁରକ୍ଷା କରିବା ପାଇଁ ବହୁତକିଛି କରିବାକୁ ଅଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ଏବଂ ଏ ସଂପର୍କରେ ଧାର୍ଯ୍ୟ ଲକ୍ଷ୍ୟପୂରଣ କରିବା ଦିଗରେ କାର୍ଯ୍ୟ କରିବାକୁ ପ୍ରଶାସନକୁ ପରାମର୍ଶ ଦେଇଥିଲେ ।

ଆଗାମୀ ମାସରେ ଏ ସଂପର୍କରେ ସମୀକ୍ଷା କରିବେବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ କୋଭିଡ ନିୟନ୍ତ୍ରଣରେ ରାଜ୍ୟ ବର୍ତ୍ତମାନ ବହୁତ ଭଲ ସ୍ଥିତିରେ ରହିଛିଏବଂ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦୦୦ ମଧ୍ୟରେ ସୀମିତ ରହିଛି । ଜୀବନ ଜୀବିକା କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦିଆଯାଇଛି ବୋଲି ଶ୍ରୀ ମହାପାତ୍ର କହିଥଲେ ।ଟିକାକରଣ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଶ୍ରୀ ମହାପାତ୍ର କହିଥିଲେ ଯେ କେନ୍ଦ୍ର ସରକାରଙ୍କର ନିର୍ଦେଶବଳୀ ଅନୁସାରେ ଉଭୟ ଘରୋଇ ଓସରକାରୀ କ୍ଷେତ୍ରରେ କାର୍ଯ୍ୟରତ ୩,୨୮,୫୬୦ଜଣ ସ୍ୱାସ୍ଥ୍ୟକର୍ମୀଙ୍କ ଟୀକାକରଣ ପାଇଁ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ ପୋଲିସ, ମ୍ୟୁନିସପାଳଟି କର୍ମଚାରୀ ଏବଂ କୋଭିଡ କାର୍ଯ୍ୟରେ ନିୟୋଜିତ ରାଜସ୍ୱ ବିଭାଗର କର୍ମଚାରୀ ମାନଙ୍କ ତାଲିକା ପ୍ରସ୍ତୁତ ଚାଲିଛି । ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଷ୍ଟିଅରିଂକମିଟି ବୈଠକ ସଂପୂର୍ଣ୍ଣ ହୋଇଛି ବୋଲି ସେ ସୂଚନା ଦେଇଥିଲେ । ବୈଠକରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ,ସ୍କୁଲ-କଲେଜ ଖୋଲିବା ସଂପର୍କରେ ଏସଓପି ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହିବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଛସିଳନ କରିଥିଲେ ।

- Advertisement -spot_img

More articles

LEAVE A REPLY

Please enter your comment!
Please enter your name here

- Advertisement -spot_img

Latest article