36 C
Bhubaneswar
Sunday, April 11, 2021

ଯୌନ ଶୋଷଣରୁ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ବାଲେଶ୍ୱର,୧୫/୩(ନି.ପ୍ର): ଯୌନ ଶୋଷଣରୁ ଶିଶୁଙ୍କୁ ସୁରକ୍ଷା ଅଧିନିୟମ- ୨୦୧୨ ଏବଂ କିଶୋର ନ୍ୟାୟ( ଶିଶୁ ଯତ୍ନ ଓ ସୁରକ୍ଷା) ଅଧିନିୟମ- ୨୦୧୫ସମ୍ପର୍କିତ ଏକ ଦିନିକିଆ କର୍ମଶାଳା ସ୍ଥାନୀୟ ସଦଭାବନା ସଭାଗୃହରେ ଆଜି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ଓଡିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି, ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତିର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି କର୍ମଶାଳାକୁ ବାଲେଶ୍ୱର ଉପ-ଜିଲ୍ଲାପାଳ ନୀଲୁ ମହାପାତ୍ର ଉଦଘାଟନ କରିଥିଲେ । ଶିଶୁମାନେ ଯେପରି କୌଣସି ପ୍ରକାର ଶୋଷଣର ଶିକାର ନ ହୁଅନ୍ତି ସେଥିପ୍ରତି ପରିବାର, ସମାଜ ଓ ପ୍ରଶାସନ ଯତ୍ନବାନ ହେବା ଉଚିତ ବୋଲି ସେ ମତବ୍ୟକ୍ତ କରିଥିଲେ ।

ବିଶେଷତଃ ଯୌନ ଶୋଷଣରୁ ଶିଶୁଙ୍କୁ ସୁରକ୍ଷା ଦେବା ନିମନ୍ତେ ପ୍ରଣୀତ ଅଧିନିୟମର ଉପଯୁକ୍ତ କାର୍ଯ୍ୟକାରିତା ଲାଗି ଅଧିକାରୀମାନେ ତତ୍ପରତା ପ୍ରକାଶ କରିବା ଉପରେ ଉପ-ଜିଲ୍ଲାପାଳ ଶ୍ରୀ ମହାପାତ୍ର ଗୁରୁତ୍ୱାରୋପ କରିଥିିଲେ । ଜିଲ୍ଲା ମୁଖ୍ୟଚିକିତ୍ସା ଅଧିକାରୀ ଡାକ୍ତର ବାନାର୍ଜୀ ପ୍ରସାଦଛୋଟରାୟ ଏଥିରେ ଯୋଗ ଦେଇ କୌଣସି ନିର୍ଯ୍ୟାତିତ ଶିଶୁ ଚିକିତ୍ସାଳୟକୁଆସିଲେ ତାର ଚିକିତ୍ସା ପ୍ରତି ସର୍ବାଧିକ ଗୁରୁତ୍ୱ ଦିଆଯାଉଛି ବୋଲି କହିଥିଲେ । ଜିଲ୍ଲାର ସମସ୍ତ ପୋଲିସ ଥାନାର ମହିଳା ଓ ଶିଶୁ ଡେସ୍କର ଦାୟିତ୍ୱରେ ଥିବା ଅଧିକାରୀ- ଅଧିକାରିଣୀ, ଶିଶୁ ଯତ୍ନ ଅନୁଷ୍ଠାନର କର୍ମକର୍ତା, ଚାଇଲ୍ଡ୍ ଲାଇନ୍ର ସଦସ୍ୟ ସଦସ୍ୟାମାନେ ଏହି କର୍ମଶାଳାରେ ଯୋଗ ଦେଇଥିଲେ ।

ଜିଲ୍ଲା ଶିଶୁ ମଙ୍ଗଳ କମିଟିର ଅଧ୍ୟକ୍ଷ ଭାଗିରଥୀ ବାରିକ୍ ଅଧିନିୟମର ବିଭିନ୍ନ ଧାରା ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଡିଏସପି ସଂଗ୍ରାମ କେଶରୀ ବେହେରା ଶିଶୁମାନଙ୍କ ପ୍ରତି ହେଉଥିବା ନିର୍ଯ୍ୟାତନା ଲାଗି ଆଇନରେ ରହିଥିବା ବିଭିନ୍ନ ପ୍ରାବଧାନ ଏବଂ ଦଣ୍ଡ ବ୍ୟବସ୍ଥା ସଂପର୍କରେ ଆଲୋକପାତ କରିଥିଲେ । ୧୮ ବର୍ଷରୁ କମ୍ ବୟସର ଶିଶୁମାନଙ୍କୁ ଶାରୀରିକ, ମାନସିକ ଓ ବୌଦ୍ଧିକ କ୍ଷେତ୍ରରେ ଯେପରି କୌଣସି ପ୍ରକାର ବାହ୍ୟ ପ୍ରଭାବ ନ ପଡ଼ିବ ଏବଂ ସେମାନେ ଯେପରି କୌଣସି ପ୍ରକାର ଶୋଷଣର ଶିକାର ନ ହୁଅନ୍ତି ସେଥିପ୍ରତି ସମାଜର ପ୍ରତ୍ୟେକ ସ୍ତରରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିବା ଉଚିତ ବୋଲି ସେ କହିଥିଲେ ।

ଶିଶୁ ସୁରକ୍ଷା ବିଶେଷଜ୍ଞ ଶତ୍ରୁଘ୍ନ ମଲ୍ଲିକ ଓ ଜିଲ୍ଲା ଶିଶୁ ମଙ୍ଗଳ କମିଟି ସଦସ୍ୟା ଗୌରିରାଣୀ ଉପାଧ୍ୟାୟ ପ୍ରମୁଖ ଏଥିରେ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ । ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କୁ ତାଲିମ୍ ପ୍ରଦାନ, ତାଲିମର ରୂପରେଖ ପ୍ରସ୍ତୁତ, ସ୍ୱତନ୍ତ୍ର କୋର୍ଟ ପ୍ରତିଷ୍ଠା, ମାର୍ଗଦର୍ଶିକା ପ୍ରସ୍ତୁତ ଭଳି କେତେକ ଉପାଦେୟ ତଥ୍ୟ ଉପରେ ଏହି କର୍ମଶାଳାରେ ବିଶଦ ଭାବେ ଆଲୋଚନା କରାଯାଇଥିଲା । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଯୁବକ ମାଝୀ ପ୍ରାର ମ୍ଭିକ ଅଭିଭାଷଣ ପ୍ରଦାନ କରିିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସଂଯୁକ୍ତା ରାଉତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସେହିପରି ଶିଶୁ ଯତ୍ନ ଓ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର କର୍ମକର୍ତାମାନେ ଏଥିରେ ଉପସ୍ଥିତ ଥିଲେ ।

- Advertisement -ଯୌନ ଶୋଷଣରୁ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା

More articles

LEAVE A REPLY

Please enter your comment!
Please enter your name here

- Advertisement -ଯୌନ ଶୋଷଣରୁ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...